ଗାଲାତୀୟ 3

ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”

Galatians 3:8 (UKJV) And the scripture, foreseeing that God would justify the heathen through faith, preached before the gospel unto Abraham, saying, In you shall all nations be blessed.

6ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

7ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ।

8ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”

9ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।

10କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.