25ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।
26କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;
27ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।”
28ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ।
29କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାହାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି।