22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।
26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।