8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
9ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
10ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
11ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।
12ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।