13କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରିପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।
14କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
15କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
16ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
17ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।