14କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
15କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
16ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
17ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।
18ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍।