5କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।
6କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।
7ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
9ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।