9ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।