ଆଦି ପୁସ୍ତକ 1

ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।

Genesis 1:13 (UKJV) And the evening and the morning were the third day.

11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।

12ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।

13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।

14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।

15ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.