12ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।