17ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
20ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।