1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।