ଆଦି ପୁସ୍ତକ 1

ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।

Genesis 1:23 (UKJV) And the evening and the morning were the fifth day.

21ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।

22ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”

23ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।

24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।

25ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.