26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।