27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।