4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
6ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।