ଆଦି ପୁସ୍ତକ 12

ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।

Genesis 12:10 (UKJV) And there was a famine in the land: and Abram went down into Egypt to sojourn there; for the famine was grievous in the land.

8ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

9ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।

10ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।

11ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।

12ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.