ଆଦି ପୁସ୍ତକ 12

ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”

Genesis 12:13 (UKJV) Say, I pray you, you are my sister: that it may be well with me for your sake; and my soul shall live because of you.

11ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।

12ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।

13ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”

14ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।

15ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.