13ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
14ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।
15ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
16ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
17ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।