16ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
17ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
18ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
19ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
20ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।