1ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
2ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
3ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
4ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
5ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।