7ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
8ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
9ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
10ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
11ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।