8ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
9ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
10ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
11ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।
12ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।