12ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
13ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
14ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
15କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
16ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।