14ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
15କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
16ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
17ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।”
18ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।