ଆଦି ପୁସ୍ତକ 13

ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।

Genesis 13:2 (UKJV) And Abram was very rich in cattle, in silver, and in gold.

1ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।

2ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।

3ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,

4ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.