1ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
2ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।
3ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
4ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
5ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।