3ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
4ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
5ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
6ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
7ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।