5ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
6ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
7ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
8ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
9ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”