ଆଦି ପୁସ୍ତକ 14

ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।

Genesis 14:11 (UKJV) And they took all the goods of Sodom and Gomorrah, and all their victuals, and went their way.

9ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।

10ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।

11ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।

12ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।

13ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍‍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.