11ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।
12ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।
13ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।
14ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।
15ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।