14ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।
15ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।
16ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
17ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ।
18ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;