16ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
17ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ।
18ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
19ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;
20ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।