ଆଦି ପୁସ୍ତକ 14

ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;

Genesis 14:19 (UKJV) And he blessed him, and said, Blessed be Abram of the most high God, possessor of heaven and earth:

17ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।

18ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;

19ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;

20ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।

21ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.