ଆଦି ପୁସ୍ତକ 14

ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍‍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍‍, ସୋୟରର ରାଜା ସହିତ ଯୁଦ୍ଧ କଲେ।

Genesis 14:2 (UKJV) That these made war with Bera king of Sodom, and with Birsha king of Gomorrah, Shinab king of Admah, and Shemeber king of Zeboiim, and the king of Bela, which is Zoar.

1ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,

2ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍‍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍‍, ସୋୟରର ରାଜା ସହିତ ଯୁଦ୍ଧ କଲେ।

3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।

4ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.