ଆଦି ପୁସ୍ତକ 14

ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”

Genesis 14:21 (UKJV) And the king of Sodom said unto Abram, Give me the persons, and take the goods to yourself.

19ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;

20ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।

21ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”

22ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,

23ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.