ଆଦି ପୁସ୍ତକ 14

ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,

Genesis 14:22 (UKJV) And Abram said to the king of Sodom, I have lift up mine hand unto the LORD, the most high God, the possessor of heaven and earth,

20ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।

21ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”

22ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,

23ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’

24କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍‍, ଆନେର୍‍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.