1ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା ଓ ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
2ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।
3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
4ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
5ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍ରେ ଏମୀୟ ଲୋକମାନଙ୍କୁ,