3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
4ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
5ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍ରେ ଏମୀୟ ଲୋକମାନଙ୍କୁ,
6ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
7ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।