ଆଦି ପୁସ୍ତକ 14

ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।

Genesis 14:6 (UKJV) And the Horites in their mount Seir, unto Elparan, which is by the wilderness.

4ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,

5ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,

6ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।

7ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।

8ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.