6ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
7ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
8ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
9ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
10ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।