ଆଦି ପୁସ୍ତକ 15

ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”

Genesis 15:1 (UKJV) After these things the word of the LORD came unto Abram in a vision, saying, Fear not, Abram: I am your shield, and your exceeding great reward.

1ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”

2ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”

3ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.