9ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
10ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
11ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
12ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
13ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;