11ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
12ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
13ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
14ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
15ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।