12ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
13ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
14ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
15ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
16ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”