ଆଦି ପୁସ୍ତକ 15

ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”

Genesis 15:16 (UKJV) But in the fourth generation they shall come here again: for the iniquity of the Amorites is not yet full.

14ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।

15ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।

16ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”

17ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।

18ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.