17ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।
18ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
19ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ,
20ହିତ୍ତୀୟ, ପରିଷୀୟ, ରଫାୟୀୟ,
21ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”