ଆଦି ପୁସ୍ତକ 15

ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।

Genesis 15:6 (UKJV) And he believed in the LORD; and he counted it to him for righteousness.

4ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

5ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”

6ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।

7ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”

8ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.