ଆଦି ପୁସ୍ତକ 15

ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”

Genesis 15:8 (UKJV) And he said, LORD God, whereby shall I know that I shall inherit it?

6ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।

7ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”

8ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”

9ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”

10ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.