7ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
8ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
9ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
10ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
11ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।